ଗୁରୁବାର ରାଶିଫଳ

0

ମେଷ: ଆୟ ବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭ ହେବ।

ବୃଷ: ଭ୍ରମଣ ଜନିତ ସୁଖ ମିଳିପାରେ। ନିଜ ବଂଶର ମୁଖପାତ୍ର ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ମିଥୁନ: ଗୃହ କାର୍ଯ୍ୟ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଦ୍ବାନ ହେବେ।

କର୍କଟ: ବ୍ୟକ୍ତିଗତ କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି। ଈର୍ଷା ପରିତ୍ୟାଗ କଲେ ଜନ ସମାଜରେ ଆଦର ମିଳିବ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସତର୍କତାର ଦିନ।

ସିଂହ: ଗୃହକାର୍ଯ୍ୟରେ ଉନ୍ନତି ଘଟିବ। ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।

କନ୍ୟା: ଶତ୍ରୁ ବିନାଶ ପାଇଁ ଉଦ୍ୟମ ଜାରି ରଖିବେ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ବହୁତ ଲାଭବାନ ହେବେ। ପ୍ରଭାବ ବିସ୍ତାର କରିପାରନ୍ତି।

ତୁଳା: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ତେଜସ୍ବୀ ହେବେ।

ବିଛା: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଅଗ୍ରାଧିକାର ଦେବେ। ସୁଖୀ ହୋଇପାରନ୍ତି। ବ୍ୟକ୍ତି ବିଶେଷରେ ପରିଗଣିତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ।

ଧନୁ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଧାର୍ମିକ, ବନ୍ଧୁପ୍ରେମୀ, ବିଦ୍ବାନ ହୋଇପାରନ୍ତି।

ମକର: କଳହ ଠାରୁ ନିଜକୁ ଦୂରେଇ ରଖିବାକୁ ଚେଷ୍ଟା କରିବେ। ଲକ୍ଷ୍ୟସ୍ଥଳରେ ପହଞ୍ଚିବା କଷ୍ଟସାଧ୍ୟ ହୋଇପାରେ। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଧନଲାଭର ସୁଯୋଗ ଅଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ମୋକଦ୍ଦମାରେ ବିଜୟୀ ହେବା ସହିତ ଅର୍ଥ ପ୍ରାପ୍ତ ହେବେ। ଚିନ୍ତାଧାରା ମହତ୍‌ ହେବ।

ମୀନ: ଘାତଚନ୍ଦ୍ର ଭୋଗହେତୁ ସତର୍କ ରହିବେ। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମିଠାକଥାରେ ପରକୁ ଆପଣାର କରିପାରନ୍ତି। ସରକାରୀ ସ୍ତରରୁ ଶାସ୍ତି ବିଧାନ ଶୁଣି ଦୁଃଖିତ ହେବେ।

Leave A Reply