ମଙ୍ଗଳବାର ରାଶିଫଳ

0

ମେଷ: ଗୃହକାର୍ଯ୍ୟ ତ୍ୱରାନ୍ୱିତ କରିବେ। ଅଧିକ ବ୍ୟୟର ସମ୍ମୁଖୀନ ହେବେ। ଥଣ୍ଡା କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ରାଜଯୋଗ ଅଛି। ସାହସୀ ଓ ଜ୍ଞାନୀ ହେବେ।
ବୃଷ: ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଯାନବାହନ ସୁଖ ମିଳିବ।
ମିଥୁନ: ମନୋବଳ ଦୃଢ଼ ରହିବ। ପାରିବାରିକ ଆଦର, ସମ୍ମାନ ପାଇପାରନ୍ତି। କୁଳ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
କର୍କଟ: ପାରିବାରିକ ଅଶାନ୍ତିର ଅବସାନ ଘଟିବ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ କଟାଇପାରନ୍ତି। ଜୀବନ ସୁଖମୟ ହେବ। ଧର୍ମାତ୍ମା, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ।
ସିଂହ: ପାରିବାରିକ ଅଶାନ୍ତି ଉପୁଜି ପାରେ। ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଧନକ୍ଷୟ ହେବାର ସମ୍ଭାବନା ଅଛି। ସହଯୋଗୀ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
କନ୍ୟା: କାର୍ଯ୍ୟରେ ସଫଳତା ଲାଭ କରିବେ। ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିବେ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ତୁଳା: ଆତ୍ମଗର୍ବୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କର ପ୍ରିୟ ଭାଜନ ହେବେ।
ବିଛା: ମନ୍ତ୍ରଣା ଶକ୍ତି ଯୁକ୍ତ ହୋଇ ପାରନ୍ତି। ଚଞ୍ଚଳ ଚେଷ୍ଟିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ତେଜସ୍ୱୀ ଓ ସରଳ ପ୍ରକୃତିର ହେବେ।
ଧନୁ: ଧନ ଅର୍ଜନ କରିବା ସହିତ ଧର୍ମ କାର୍ଯ୍ୟରେ ମନୋନିବେଶ କରିପାରନ୍ତି। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ରହିବେ। କୃଷିକର୍ମରେ ତତ୍ପର ହେବେ।
ମକର: ସାଙ୍ଗଠନିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁର ଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କ ଆଦର ମିଳିବ।
କୁମ୍ଭ: ଭବିଷ୍ୟତ ପାଇଁ ଚିନ୍ତାଶୀଳ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ଆଧାର ହୋଇପାରନ୍ତି। ପରଦେଶୀ, ସହନଶୀଳ, ଶାନ୍ତିପ୍ରିୟ, ମଧୁର ଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି।
ମୀନ: କାର୍ଯ୍ୟରେ ସଫଳତା ଲାଭ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଆୟ ପରିମାଣ ବୃଦ୍ଧି ପାଇବ। ମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

Leave A Reply