ସୋମବାର ରାଶିଫଳ

0

ମେଷ: ଆପଣଙ୍କ ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଧର୍ମ-ଧାରଣାରେ ମନୋନିବେଶ କରିବେ। ଜଣେ ସ୍ନେହୀ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। ପ୍ରେମୀ ଓ ସାହସୀ ହେବେ। ବିବାଦରେ ବିଜୟୀ ହେବେ।

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ହୋଇପାରେ। ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ବିଦ୍ୟାବାନ୍‍ ହେବେ। ମିତ୍ର ସୁଖ ମିଳିବ। ପତ୍ନୀ ବିଳାସୀ ହେବେ।

ମିଥୁନ: ବିପଦ ଦୂରେଇ ଯିବ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ଚିନ୍ତାଧାରା ଉନ୍ନତମାନର ହେବ।

କର୍କଟ: କାର୍ଯ୍ୟକ୍ଷେତ୍ରରେ ସତର୍କ ରହିବେ। ବ୍ୟୟଭାର ବଢ଼ି ଯାଇପାରେ। ଚଞ୍ଚଳ ସ୍ୱଭାବର ହୋଇପାରନ୍ତି। ମନଭୁଲା କଥାରେ ଜନସାଧାରଣଙ୍କ ସମର୍ଥନ ପାଇବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ହେବେ।

ସିଂହ: ବନ୍ଧୁ ମିଳନ ଆନନ୍ଦଦାୟକ ହେବ। ସୁଖ, ସନ୍ତୋଷ ଲାଭ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରୁ ଅର୍ଥ ଓ ସମ୍ମାନ ମିଳିବ।

କନ୍ୟା: ଗୃହ କାର୍ଯ୍ୟ ଆନନ୍ଦଦାୟକ ହେବ। ସାଧନାରେ ସିଦ୍ଧି ଲାଭ କରିବେ। ପରିବାରର ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ମନ ପ୍ରସନ୍ନ ରହିବ। ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିପାରେ। ଦୟାଳୁ ହେବେ।

ତୁଳା: ସେବା-ପୂଜାରେ ମନୋନିବେଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧର୍ମାତ୍ମା ଓ ବିଦ୍ୱାନ ହେବେ।

ବିଛା: ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କ ରହିବେ। ଜଳଯାତ୍ରା ବିପଦପୂର୍ଣ୍ଣ ହୋଇପାରେ।

ଧନୁ: ପ୍ରତ୍ୟେକ କାର୍ଯ୍ୟ ଆପଣଙ୍କ ପାଇଁ ସହଜ ଓ ସରଳ ହୋଇପାରେ। ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ଆକର୍ଷିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ ହୋଇପାରନ୍ତି।

ମକର: ଦାୟିତ୍ୱରେ ପରିବର୍ତ୍ତନ ଘଟିପାରେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହୋଇପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଅତ୍ୟନ୍ତ ପ୍ରିୟଭାଜନ ହୋଇପାରନ୍ତି।

କୁମ୍ଭ: ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ହଠାତ୍‍ କିଛି ଅର୍ଥ ହସ୍ତଗତ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବା ଆଶା କରାଯାଏ। ଧାର୍ମିକ ଓ ତେଜସ୍ୱୀ ହେବେ। ଉତ୍ତମ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି। ଲଟେରି ଉଠାଣରେ ଲାଭ ମିଳିବ।

ମୀନ: ଜଟିଳ ସମସ୍ୟା ସମାଧାନ କରିବାରେ ସିଦ୍ଧହସ୍ତ ହେବେ। ଉଦାର ସ୍ୱଭାବର ହେବେ। ଦାନଶୀଳ ହେବା ଆଶା କରାଯାଏ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ ହେବେ।

Leave A Reply