ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

0

କଟକ: ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି। ମୃତ ମହିଳା କଟକ ଜିଲ୍ଲା କହ୍ନେଇପୁର ପଞ୍ଚାୟତର ବଡ଼ପୋଖରୀ ଗାଁର ରାମ ମୀନା ସିଂ। ଗତକାଲି ସନ୍ଧ୍ୟା ସମୟରେ ମୀନା କେଉଁ ଆଡେ ନିଖୋଜ ହୋଇଯାଇଥିଲେ। ଆଜି ସକାଳେ ଜଙ୍ଗଲରୁ ତାଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଦନ୍ତା ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ ହୋଇଥିବା ଲୋକମାନେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ବିରୋଧ କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି।

Leave A Reply