ବୁଧବାର ରାଶିଫଳ

0

ମେଷ: ଆନନ୍ଦ ଉଲ୍ଲାସ ଲାଗି ରହିବ। ଆଶାବାଦୀ ହୋଇ ପାରନ୍ତି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପରୀନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତି ପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।
ବୃଷ: ପୈତୁକ ସମ୍ପତି ପାଇଁ ବ୍ୟସ୍ତ ହୋଇପାରନ୍ତି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ରୋଜଗାର ଆଶାନୁରୂପ ହେବ। ମାଲିମୋକଦ୍ଦମାରେ ଜିତି ଧନଲାଭ କରିପାରନ୍ତି। ଦାମ୍ପତ୍ୟ ସୁଖ ମିଳିବ।
ମିଥୁନ: ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଥଣ୍ଡା କଫଜନିତ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ବିପଦ ଆସିଲେ ବି ନୀତିଭ୍ରଷ୍ଟ ହେବେ ନାହିଁ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସାହସୀ ଓ ଜ୍ଞାନୀ ହେବେ।
କର୍କଟ: ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜର୍ନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ବହୁବିଦ୍ୟା ପାରଙ୍ଗମ ହେବେ।
ସିଂହ: ଅଧିକ ପରିଶ୍ରମର ସମ୍ମୁଖୀନ ହେଲେ ବି ତା’ର ମୂଲ୍ୟ ମିଳିବ। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନରେ ପ୍ରସନ୍ନ ଭାବ ଦେଖା ଦେବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବେ। ଯଶସ୍ୱୀ ହେବେ।
କନ୍ୟା: କାର୍ଯ୍ୟ ସମସ୍ୟା ବହୁଳ ହୋଇପାରେ। ଦେବବାସୀଙ୍କୁ ଶ୍ରେୟ ମଣି ପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ୱାନ୍‍ ହେବେ।
ତୁଳା: ବିବାଦରେ ଜଡ଼ିତ ହୋଇପାରନ୍ତି। ଈର୍ଷା ପରାୟଣ ହେବେ। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ହେବେ।
ବିଛା: କର୍ମଧାରାରେ ଢ଼େର ଉନ୍ନତି ଘଟିବ। ଘାତଚନ୍ଦ୍ର ଭୋଗ ହେତୁ ଖୁବ୍‍ ସତର୍କରେ ଚଳିବାକୁ ପଡ଼ିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ଧନୁ: ଆୟରେ ଅବନତି ଦେଖାଦେଇ ପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁ ହନ୍ତା ହୋଇପାରନ୍ତି। ଚାକିରିକ୍ଷେତ୍ରରେ ସୁନାମ ଅର୍ଜନ କରି ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ।
ମକର: ଶତ୍ରୁଙ୍କ ସହିତ ମୁକାବିଲା ମନୋଭାବ ଗ୍ରହଣ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ। ଲଟେରି ଜିଣି ଅଧିକ ଅର୍ଥ ପାଇ ପାରନ୍ତି।
କୁମ୍ଭ: ଉପୁଜି ଥିବା ଅସୁବିଧାରୁ ଉଧୁରି ଯିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ସୁଖ ମିଳିବ। ଆଦର୍ଶବାଦୀ ବ୍ୟକ୍ତି ଭାବେ ନିଜ ପରିଚୟ ସୃଷ୍ଟି କରିବେ। ସୁ୍‍ସ୍ଥ ଓ ନିରାମୟ ରହିବେ। ଜଳପ୍ରତି ଆଦର ପ୍ରେମୀ ଓ ଜ୍ଞାନୀ ହେବେ।
ମୀନ: ଉଚ୍ଚ ସମ୍ମାନ ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

Leave A Reply