ଦୁଇ ଭଉଣୀଙ୍କ ଆତ୍ମହତ୍ୟା ଉଦ୍ୟମ

0

ବରଗଡ଼: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ନିଗମାନନ୍ଦ ବିହାର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଦୁଇ ଭଉଣୀ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆତ୍ମହତ୍ୟା ଉଦ୍ୟମ କରିଥିବା ଦୁଇ ଭଉଣୀ ହେଲେ ପ୍ରିୟଙ୍କା ଓ ଗୁଡ଼ିଆ । ତେବେ ଆତ୍ମହତ୍ୟାର ଉଦ୍ୟମର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, ସୋମବାର ରାତିରେ ଘରେ ସମସ୍ତେ ଶୋଇଯିବା ପରେ ଦୁଇ ଭଉଣୀ ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପରିବାର ଲୋକ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସାନ ଭଉଣୀଙ୍କୁ ମୃତ ଘୋଷଣା କରିଥିଲେ ।ଏଥିରେ ବଡ଼ ଭଉଣୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ସେ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାପଡିଛି ।

Leave A Reply