ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ  

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବିଲିକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଆଜି କ୍ୟାମ୍ପସରେ ଜଣେ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ପରିଜା ଲାଇବ୍ରେରୀ ଛାତ ଉପରକୁ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକଙ୍କ ପରିଚୟ ମିଳିନାହିଁ। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଯୁବକଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି।

Comments are closed.