ମଧ୍ୟପ୍ରଦେଶ: ସଡକ ଦୁର୍ଘଟଣାରେ ୪ମୃତ , ୧୦ ଗୁରୁତର

ଭୋପାଳ . – ମଧ୍ୟପ୍ରଦେଶର ବଡଓ୍ୱାନୀରେ ଏକ ବସ୍‌ ଓ କାର୍‌ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବାରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏବେ ୫ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ଦୁର୍ଘଟଣା ଏତେ ଭୟାନକ ଥିଲା ଯେ କାର୍‌ ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିଲା ।
ସ୍ଥାନୀୟ ଲୋକ ପ୍ରଥମେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତମାନଙ୍କୁ ନିକଟସ୍ଥ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

Comments are closed.