ବସ ଓଲଟି ୧୫ଆହତ, ୫ଗୁରୁତର

0

ନବରଙ୍ଗପୁର: ଇନ୍ଦ୍ରାବତୀ ପୋଲ ନିକଟରେ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସଟି ନବରଙ୍ଗପୁରରୁ ୨୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଜୟପୁର ଯାଉଥିବା ବେଳେ ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ରାସ୍ତା ତଳକୁ ଖସି ପଡ଼ିଥିଲା।

ଦୁର୍ଘଟଣାରେ ୧୫ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ନବରଙ୍ଗପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରୁ ଦୁଇଜଣଙ୍କୁ କୋରାପୁଟ ସ୍ଥାନାନ୍ତର କରାଯିବ ବୋଲି ଡାକ୍ତର କହିଛନ୍ତି। ଆହତମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି। ନବରଙ୍ଗପୁର ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।

Leave A Reply