ସଡ଼କ ଦୁର୍ଘଟଣାରେ ଛାତ୍ରଙ୍କ ମୃତ୍ୟୁ

0

ପାଇକସାହି : ଅନୁଗୁଳ ଜିଲା ଠାକୁରଗଡ଼ ଥାନା ଅନ୍ତର୍ଗତ ସିମିଳିଆ ଖଳି ଢିପସାହି ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକ ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦାବିରେ ଗ୍ରାମବାସୀମାନେ ଆଠମଲ୍ଲିକ – ବଇଣ୍ଡା ପୂର୍ତ୍ତବିଭାଗ ରାସ୍ତାକୁ ଅବରୋଧ କରିଛନ୍ତି। ଖବର ପାଇ ପୁଲିସ ଓ ସ୍ଥାନୀୟ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାସୁଝା ଆରମ୍ଭ କରିଛନ୍ତି।
ସୂଚନା ଅନୁଯାୟୀ, ସୋମବାର ଦିନ ସାନହୁଲା ପଞ୍ଚାୟତ ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ର ସନ୍ତୋଷ ରାଉତ ତାଙ୍କର ଅନ୍ୟ ଜଣେ ସାଙ୍ଗଙ୍କ ସହିତ ସ୍କୁଲକୁ ଯିବା ସମୟରେ ଏକ ବାଲିବୋଝେଇ ଟ୍ରକ ପଛପଟୁ ଧକ୍କା ଦେବାରୁ ସନ୍ତୋଷଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ସେଠାରେ ଉତ୍ତେଜନା ଓ ରାସ୍ତା ଅବରୋଧ କରିବା ସହ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି।

Leave A Reply