ସଡ଼କ ଦୁର୍ଘଟଣାରେ ୨ଜଣ ଗୁରୁତର

0

କେନ୍ଦୁଝର : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ଟ୍ରକ ଡ଼୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଶନିବାର ସକାଳ ସମୟରେ ଦୁର୍ଘଟଣା ହୋଇଛି।
ସୂଚନା ଅନୁଯାୟୀ, ୨ଜଣ ଟ୍ରକ ଡ଼୍ରାଇଭର ଟ୍ରକ ତଳେ ଚାପି ହୋଇ ରହିଯାଇଥିଲେ। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ଡ଼୍ରାଇଭରଙ୍କୁ ଉଦ୍ଧାର କରିଥିଲା। ଉଦ୍ଧାର ପରେ ଚିକିତ୍ସା ପାଇଁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘନକୁହୁଡ଼ି ଯୋଗୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

Leave A Reply