ସଡକ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଆହତ

0

ଯାଜପୁର : ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁବାର ଭୋର ପ୍ରାୟ ୫ଟା ସମୟରେ ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଧନେଶ୍ବପୁର ବେଣାପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦୁଇ ଜଣ ଡ୍ରାଇଭର ଆହତ ହୋଇଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ପଶ୍ଚିମବଙ୍ଗରୁ ଆସୁଥିବା ଏକ ମାଲ ବୋଝେଇ ଟ୍ରକ ସହ ଅନ୍ୟ ଏକ ଟ୍ରକର ବେଣାପୁରଛକ ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ପଶ୍ଚିମବଙ୍ଗରୁ ଆସିଥିବା ଟ୍ରକର ହେଲପରଙ୍କ ମୃତ୍ୟୁ ହୋଇଯାଇଥିଲା। ମୃତ ହେଲପରଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରି ନାହିଁ। ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗ୍ୟାସ କଟରରେ ଟ୍ରକଟିକୁ କାଟି ହେଲପରଙ୍କ ମୃତଦେହ ବାହାର କରିଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।

Leave A Reply