ସଡକ ଦୁର୍ଘଟଣାରେ ଜଣେ ମୃତ

0

ଖୋର୍ଦ୍ଧା : ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଯାଆଁଳା ଭୁଆସୁଣି ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ମନ୍ଦିର ନିକଟରେ ଏକ ଟ୍ରକ ଛିଡା‌ ହୋଇଥିବା ବେଳେ ପଛ ପଟୁ ଅନ୍ୟ ଏକ ଟ୍ରକ ଧକ୍କା ଦେଇଥିଲା। ଏଥିରେ ଗୋଟିଏ ଟ୍ରକର ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ତେବେ ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇଟି ଟ୍ରକକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply