ସଡକ ଦୁର୍ଘଟଣାରେ ଦୁଇ ଯୁବତୀ ମୃତ

0

ରାଉରକେଲା : ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ଟିସିଆଇ ଛକରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣ ଯୁବତୀଙ୍କର ମୃତ୍ୟୁ ଘଟିଛି। ଯୁବତୀ ଦୁଇ ଜଣ ଏକ ସ୍କୁଟିରେ ଯାଉଥିବା ବେଳେ ୧୪୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରଲର ସେମାନଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇ ଟ୍ରଲରଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ଦୁଇ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍କୁଟିଟି ନମ୍ବର ବିହୀନ ଥିବାରୁ ମୃତ ଯୁବତୀ ଦ୍ବୟଙ୍କ ପରିଚୟ ମିଳିପାରିନାହିଁ।

Leave A Reply