ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀ ମୃତ

0

ସୋନପୁର : ଟ୍ରକ ଧକ୍କାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି। ମୃତକମାନେ ବୌଦ୍ଧ ମନମୁଣ୍ଡା ଫଗୁଣାମାଳ ଗ୍ରାମର ରଞ୍ଜିତ ମଲ୍ଲିକ ଓ ମରମେଶ୍ବର ବଘାର ବୋଲି ଜଣାପଡିଛି। ଉଭୟ ବଲାଙ୍ଗୀରରୁ ନିଜ ଘରକୁ ଫେରୁଥିବା ବେଳେ ଝିଙ୍କି ଛକ ନିକଟରେ ସାମନା ପଟୁ ଆସୁଥିବା ଏକ ଲୁହା ବୋଝେଇ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କର ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ପରେ ଟ୍ରକ ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି। ସୋନପୁର ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିଛି। ଏହାସହ ପୁଲିସ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply