ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଆହତ

0

କଳାହାଣ୍ଡି : ଧର୍ମଗଡ ତିନିଛକ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡିଛି। ମୃତକଙ୍କ ଘର ଛତିଶଗଡ ଓ ଆହତଙ୍କ ଘର କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଅଞ୍ଚଳର ବୋଲି ଜଣାପଡିଛି। ବୁଧବାର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ ତିନିଛକରେ ମୁହାଁମୁହିଁ ଧକ୍କା ହୋଇଥିଲେ। ଆହତଙ୍କୁ ଉଦ୍ଧାର କରାଯାଇ ଧର୍ମଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ବାଇକକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply