ସଡ଼କ ଦୁର୍ଘଟଣାରେ ୨ ମୃତ

0

ନବରଙ୍ଗପୁର : ଉମରକୋଟ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ଟ୍ରାକ୍ଟର ଓ ବାଇକ ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଡ଼ାବୁଗାଁ ଥାନା ଅନ୍ତର୍ଗତ ଚାଟିଗୁଡ଼ା ଗ୍ରାମର ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ଦୁଇ ଜଣ ବାଇକରେ ଡ଼ିଜେଲ ପମ୍ପରୁ ଫେରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଚିପସ ବୋଝେଇ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରର ଚାଳକ ସେଠାରୁ ଖସି ପଳାଇଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply