ସଡ଼କ ଦୁର୍ଘଟଣାରେ ୩ ମୃତ

0

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ବଡ଼ଙ୍ଗା ଥାନା ଅନ୍ତର୍ଗତ ଜରଙ୍ଗଲୋଇ ଗାଁ ନିକଟ ବିଜୁ ଏକ୍ସପ୍ରେସ ୱେରେ ରବିବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକକୁ ଏକ କାର ପଛପଟୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ମହିଳା ଥିବା ଜଣାପଡ଼ିଛି। ଅନ୍ୟ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ପ୍ରଥମେ ତାଙ୍କୁ ସୁନ୍ଦରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ରାଉକେଲା ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଚାଳକ ଫେରାର ଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ବୀରମିତ୍ରପୁର ଅଞ୍ଚଳର ୪ ଜଣ ବରଗଡ଼ର ଭଟଲିରେ ଆୟୋଜିତ ଏକ ଭଜନ ସମାରୋହରେ ଭାଗ ନେବାକୁ ଯାଇଥିଲେ। ସେଠାରୁ ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply