ଟ୍ରକ ଧକ୍କାରେ ବୃଦ୍ଧ ମୃତ

0

କଟକ : ମାହାଙ୍ଗା ପଲ୍ଲି ସାହିରେ ଟ୍ରକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ନିକଟ ହାଟପଡାର ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭରକୁ ସ୍ଥାନୀୟ ଲୋକେ ଅଟକ ରଖିଛନ୍ତି। ଏହାସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ମାହାଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳେ ବୃଦ୍ଧ ଜଣକ ଚାଲି ଚାଲି ଯାଉଥିଲେ। ଏକ ଟ୍ରକ ପଛ ପଟୁ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ବୃଦ୍ଧଙ୍କର ମୃତ୍ୟୁ ହୋଇଯାଇଥିଲା।

Leave A Reply