ଅଟୋ ଓଲଟି ୫ ଛାତ୍ରଛାତ୍ରୀ ଗୁରୁତର

ରାଇରଙ୍ଗପୁର : ମୟୁରଭଞ୍ଜ ଜିଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାନପୋକଣା ଗାଁ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି । ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଅଟୋ ଏକ ବାଇକକୁ ଧକ୍କା ଦେବା ଫଳରେ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୫ଜଣ ଛାତ୍ରଛାତ୍ରୀ ଗୁରୁତର ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ରାଇରଙ୍ଗପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ବାଇକ ଅରୋହୀ ମଧ୍ୟ ଏହି ଦୁର୍ଘଟଣାରେ ଗୁରୁତର ହୋଇଛନ୍ତି ।

Comments are closed.