ସଡକ ଦୁର୍ଘଟଣାରେ ବାପା-ପୁଅ ମୃତ, ମାଆ ଓ ପୁଅ ଗୁରୁତର

ଗଞ୍ଜାମ : ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ରାସ୍ତାର ଜଗନ୍ନାଥପୁର ନିକଟରେ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ବାପ-ପୁଅ ଓ ଗୁରୁତର ମା’ ଓ ପୁଅ ବୋଲି ଜଣାପଡିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ବୋଲେରୋକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ସୋମବାର ସକାଳେ ବାପା,ମା ଓ ଦୁଇ ପୁଅ ଏକ ବାଇକରେ ଯାଉଥିଲେ। ସେହି ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ସେମାନଙ୍କ ବାଇକକୁ ପଛ ପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ବାପାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ମା’ ଓ ଦୁଇ ପୁଅ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଜଣେ ପୁଅକୁ ମୃତ ଘୋଷଣା କରିଥିଲେ।

Comments are closed.