ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବସ୍, ୧୫ ଯାତ୍ରୀ ଆହତ

0

ଭଞ୍ଜନଗର: ଏକ ଘରୋଇ ବସ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୧୫ ଜଣ ବସଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଭଞ୍ଜନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ, ଭଞ୍ଜନଗରରୁ ଗାଲେରି ଯାଉଥିବା ନନ୍ଦିଘୋଷ ନାମକ ଘରୋଇ ଏକ ବସ ଭାରସାମ୍ୟ ହରାଇ ପୁରୁଣା ଗୁଜୁରାଲି ପାଟମନ୍ଦିର ନିକଟରେ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇଥିଲା । ଖବର ପାଇ ପୁଲିସ ଓ ଅଗ୍ନିଶମ ସେବା କେନ୍ଦ୍ରର କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକେ ସାହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

Leave A Reply