ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ରାଜପଥର ରେଙ୍ଗାଳବେଡ଼ା ନିକଟରେ ଶୁକ୍ରବାର ରାତିରେ ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ମୁରୁସୁଆଁ ଗ୍ରାମର ସଂଗ୍ରାମ କେଶରୀ ସାହୁ। ସେ ନିଜ କାର୍ଯ୍ୟାଳୟରୁ ଡ଼୍ୟୁଟି ସାରି ରାତିରେ ଘରକୁ ଫେରୁଥିବା ସମୟରେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ଏହାର ପ୍ରତିବାଦରେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହେବା ସହ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ୪୯ ନମ୍ବର ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ରାସ୍ତାରେ ଶହ ଶହ ଯାନ ଅଟକି ରହିଛି। ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.