ସଡ଼କ ଦୁର୍ଘଟଣାରେ ୧୦ ଆହତ

0

ସମ୍ବଲପୁର : ସମ୍ବଲପୁର ଜିଲା ଜୁଜୁମୁରା ନିକଟସ୍ଥ ବେହେରନବସାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବସଟି ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଏଥିରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନା ଅନୁଯାୟୀ ବସଟି ସମ୍ବଲପୁରରୁ କେଶପାଲି ଯାଉଥିବା ବେଳେ ବେହେରନବସାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଡ଼୍ରାଇଭର ମଦ୍ୟପାନ କରି ଗାଡ଼ି ଚଳାଇବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ଯାତ୍ରୀମାନେ ଅଭିଯୋଗ କରିଛନ୍ତି।

Leave A Reply