ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର : ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଥିଲେ ମଧ୍ୟ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲି ପାରିନାହିଁ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିବା ପରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଗୃହକାର୍ଯ୍ୟ ଆରମ୍ଭ କରିଥିଲେ । ଆରମ୍ଭରୁ କଂଗ୍ରେସ ବିଧାୟକ ତାରା ବାହିନୀ ପତି ଓ ସୁର ରାଉତରାୟ ଆସନ ଛାଡି ବାଚସ୍ପତିଙ୍କ ପୋଡିୟମ ସମ୍ମୁଖରେ ହୋହାଲ୍ଲା କରିଥିଲେ । କିଛି ସମୟ ଧରି କଂଗ୍ରେସ ବିଧାୟକମାନେ ଗୃହରେ ହଟ୍ଟଗୋଳ କରିବା ପରେ ଗୃହ ମୁଲତବୀ ହୋଇଥିଲା। ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଆସନ୍ତାକାଲି ଅର୍ଥାତ୍ ବୁଧବାର ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।

Comments are closed.