ସ୍ମୃତି ସ୍ଥଳରେ ବାଜପେୟୀ

0
ନୂଆଦିଲ୍ଲୀ : ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅନ୍ତିମ ସଂସ୍କାର ପ୍ରକ୍ରିୟା ଆରମ୍ଭ ହୋଇଛି। ବିଜେପି ମୁଖ୍ୟ କାର୍ଯ୍ୟାଳୟରୁ ଅନ୍ତିମ ଯାତ୍ରା ରାଷ୍ଟ୍ରୀୟ ସ୍ମୃତି ସ୍ଥଳରେ ପହଞ୍ଚିବା ପରେ ତିନି ସେନା ବହିନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ପରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ସାର୍କ ରାଷ୍ଟ୍ର ମାନଙ୍କରୁ ଆସିଥିବା ରାଷ୍ଟ୍ରମୁଖ୍ୟମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆୱାଣୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ପ୍ରମୁଖ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
Leave A Reply