ବୋହୂକୁ ଆକ୍ରମଣ କରି ଶ୍ୱଶୁରର ଆତ୍ମହତ୍ୟା ଅଭିଯୋଗ

0

ଯାଜପୁର : ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ବଡ଼ବରୁଣେଇପଦା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ବୋହୂକୁ ମରଣାନ୍ତକ ଆକ୍ରମଣ କରିବା ପରେ ଶ୍ୱଶୁର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶନିବାର କୌଣସି କଥାକୁ ନେଇ ଶ୍ୱଶୁର ଓ ବୋହୂ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ସେହି ସମୟରେ ଶ୍ୱଶୁର ଏକ ଧାରୁଆ ଅସ୍ତ୍ରରେ ବୋହୂଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ବୋହୂଙ୍କୁ ଯାଜପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ବୋହୂଙ୍କୁ ଆକ୍ରମଣ କରିବା ପରେ ଶ୍ୱଶୁର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply