ପ୍ରେମରେ ବିଫଳ ହେବାରୁ ଯୁବକର ଉନ୍ମତ୍ତକାଣ୍ଡ

0

ବଲାଙ୍ଗୀର : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ତରଫା ପ୍ରେମ କରୁଥିବା ଜଣେ ଯୁବକ ପ୍ରେମରରେ ବିଫଳ ହେବାରୁ ପ୍ରେମିକାର ଭାଇକୁ ଟାଙ୍ଗିଆରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପ୍ରେମିକାର ଭାଇକୁ ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ଫେରାର ହୋଇଯାଇଛି। ସଦର ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply