ବିଜେପିରେ ମିଶିଲେ ବଳଭଦ୍ର ମାଝୀ

0

ନୂଆଦିଲ୍ଲୀ/ଭୁବନେଶ୍ବର : ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ପଦ୍ମ ଧରିଛନ୍ତି । ଶନିବାର ବିଧିବଦ୍ଧ ଭାବେ ବଳଭଦ୍ର ମାଝୀ ବିଜେପିରେ ଯୋଗ ଦେଇଥିବା ସୂଚନା ମିଳିଛି । ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ , ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହଦେଓ ଓ ରାଜ୍ୟ ପ୍ରଭାରୀ ଅରୁଣ ସିଂଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ୟ୍ୟଶୈଳୀରେ ପ୍ରଭାବିତ ହୋଇ ସେ ବିଜେପିରେ ଯୋଗ ଦେଇଛନ୍ତି ବୋଲି ବଳଭଦ୍ର ମାଝୀ କହିଛନ୍ତି । ସୂଚନାଯୋଗ୍ୟ, ଗତ ଗୁରୁବାର ଦିନ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ । ତାଙ୍କ ବିରୋଧରେ ଷଡଯନ୍ତ୍ର ଚାଲିଛି ଏବଂ ଦଳରେ ତାଙ୍କୁ ଅଣଦେଖା କରାଯାଉଛି ବୋଲି ଅଭିଯୋଗ କରି ସେ ଇସ୍ତଫା ଦେଇଥିଲେ ।

Leave A Reply