ବିଜେଡିର ତିନି ନୂତନ ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

ଭୁବନେଶ୍ୱର : ବିଜେଡିର ତିନି ଜଣ ନୂତନ ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ ହୋଇଛନ୍ତି । ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଏବଂ ମୀନକେତନ ଅମାନ୍ତଙ୍କୁ ବିଜେଡିର ରାଜ୍ୟ ସାଧାରଣ ସମ୍ପାଦକ ଦାୟିତ୍ବ ମିଳିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସେମାନଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ମିଳିଛି । ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ପାଇଁ ଉଭୟଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ବ ମିଳିଥିବା ଦଳ ପକ୍ଷରୁ ଗଣମାଧ୍ୟମରେ ସୂଚନା ଦିଆଯାଇଛି ।

Comments are closed.