ଆଜି ଘୋଷଣା ହୋଇପାରେ ବିଜେପିର ପ୍ରାର୍ଥୀ ତାଲିକା !

0

ନୂଆଦିଲ୍ଲୀ : ୨୦୧୯ ସାଧାରଣ ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ବିଞ୍ଜପ୍ତି ଜାରି ହୋଇ ସାରିଥିଲେ ମଧ୍ୟ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ପକ୍ଷରୁ ଏ ପର୍ଯ୍ୟନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହୋଇ ନାହିଁ । ଦୁଇ ଦିନ ଧରି ଦଳର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ବସିଥିଲେ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣାରେ ବିଳମ୍ବ ଘଟୁଛି।  ତେବେ ଗୁରୁବାର ଏହି ତାଲିକା ଘୋଷଣା ହେବାର ସମ୍ଭାବନା ରହିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ସମେତ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବୁଧବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ବୈଠକ ବସିଥିଲା। ତେବେ ଆପତତଃ ଆଜି ଓ ଶୁକ୍ରବାର ସୁଦ୍ଧା ୨ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ହୋଇ ପାରେ ବୋଲି ଜଣାପଡିଛି।

Leave A Reply