ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ଵଭୂଷଣ ହରିଚନ୍ଦନ

ବିଜୟନଗର: ଓଡ଼ିଶାର ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ବିଶ୍ଵଭୂଷଣ ହରିଚନ୍ଦନ ବୁଧବାର ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ଆନ୍ଧ୍ରପ୍ରଦେଶର ରାଜଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ସେ ଶପଥ ଗ୍ରହଣ କରିଛନ୍ତି। ଆନ୍ଧ୍ରପ୍ରଦେଶର ମୁଖ୍ୟ ବିଚାରପତି ଜଷ୍ଟିସ ସି. ପ୍ରବୀଣ କୁମାର ତାଙ୍କୁ ଶପଥ ପାଠ କରାଇଥିଲେ। ଶପଥଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ୱାଇ. ଏସ. ଜଗନମୋହନ ରେଡ୍ଡୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ଏବଂ ଅନ୍ୟ ବିଧାୟକମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ୧୬ ତାରିଖରେ ବିଶ୍ଵଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିଲା।

Comments are closed.