ବରଯାତ୍ରୀ ବସ୍‌ ଓଲଟି ୨୦ରୁ ଊର୍ଦ୍ଧ୍ଵ ଆହତ

0

ଭଞ୍ଜନଗର: ଗଞ୍ଜାମ ଜିଲା କଳିଙ୍ଗା ଘାଟିର ଅନ୍ଧାରିକୋଟ ନିକଟରେ ଏକ ବରଯାତ୍ରୀ ବସ୍‌ ଓଲଟି ୨୦ରୁ ଊର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରବର୍ତ୍ତୀ ସମୟରେ ୫ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଜଣେ ମହିଳଙ୍କ ହାତ କଟିଯାଇଥିବା ଜଣାପଡ଼ିଛି। ବସଟି ବରଯାତ୍ରୀମାନଙ୍କୁ ନେଇ ଆସିକା ଆସୁଥିବା ବେଳେ ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଏକ ବୁଲାଣି ସ୍ଥାନରେ ବସ୍‌ଟି ବୁଲିପାରି ନ ଥିବାରୁ ବସଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।

Leave A Reply