ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲା : ସିବିଆଇ ତଦନ୍ତ ଦାବି କରି କଂଗ୍ରେସ ପକ୍ଷରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ବର : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ଦାବି କରି କଂଗ୍ରେସ ପକ୍ଷରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ବହୁ କର୍ମୀ ଓ ନେତା ଧାରଣାରେ ବସିଛନ୍ତି। ସ୍ମିତାରାଣୀଙ୍କ ମୃତ୍ୟୁକୁ ଅନେକ ଦିନ ବିତିଯାଇଥିଲେ ମଧ୍ୟ ଏଯାଏଁ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ତାଙ୍କ ମୃତ୍ୟୁ ରହସ୍ୟ ଘେରରେ ରହିଛି। ତେଣୁ ଘଟଣାର ସିବିଆଇ ତଦନ୍ତ କରାଯାଉ ବୋଲି କଂଗ୍ରେସ ପକ୍ଷରୁ ଦାବି କରାଯାଇଛି।

Comments are closed.