ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିତଲି ପ୍ରଭାବିତ ଅଞ୍ଚଳ ଗୁଡିକରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ବିମାନ ଯୋଗେ ଗଜପତି, ଗଞ୍ଜାମ ଓ ରାୟଗଡା ଜିଲ୍ଳାର ତିତଲି ପରର ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚି ଭୁବନେଶ୍ୱର ଫେରିବା ପରେ ପ୍ରଭାବିତ ଅଞ୍ଚଳର ପୁନରୁଦ୍ଧାର ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ ବୋଲି ଗଣମାଧ୍ୟମରେ କହିଛନ୍ତି । ସେହିପରି ଶନିବାର ମନ୍ତ୍ରିସ୍ତରୀୟ ଏକ କିମିଟି ତିତଲି ପ୍ରଭାବିତ ଅଞ୍ଚଳରେ ପହଞ୍ଚି ସ୍ଥିତି ପରଖିବା ଆରମ୍ଭ କରିଛନ୍ତି ।

Leave A Reply