ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗଜପତି ଜିଲ୍ଲା ଗସ୍ତରେ ଯାଇ ମୋହନା, ନୂଆଗଡ଼, ଆର. ଉଦୟଗିରି ଏବଂ ରାୟଗଡ଼ ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ପ୍ରାୟ ୮୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଥିମଧ୍ୟରୁ ୬୬ କୋଟି ଟଙ୍କାର ୧୨୯ଟି ପ୍ରକଳ୍ପର ଉଦଘାଟନ ଓ ୧୪ କୋଟି ଟଙ୍କାର ୯୮ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଜିରାଙ୍ଗରେ ଆୟୋଜିତ ସମାବେଶରେ ଗଜପତି ଜିଲ୍ଲାର ଭାଇ, ଭଉଣୀମାନଙ୍କ ସହିତ ମିଶିବା ନେଇ ମୁଁ ଉତ୍ସାହିତ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲାରେ ଥିବା ଜିରାଙ୍ଗ ବୌଦ୍ଧପୀଠ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ପଦ୍ମପୋଖରୀରେ ୫୦ଲକ୍ଷ ଟଙ୍କାରେ ନିର୍ମିତ ଦ୍ୱିତୀୟ ବୌଦ୍ଧଗୁରୁ ପଦ୍ମସମ୍ଭବଙ୍କ ମୂର୍ତ୍ତି ଉନ୍ମୋଚନ କରିବେ । ଏହା ସହ ପ୍ରାୟ ୧୦ହଜାରରୁ ଅଧିକ ଜନସାଧାରଣଙ୍କୁ ଉଦବୋଧନ ଦେବାର କାର୍ୟ୍ୟକ୍ରମ ରହିଛି ।

Leave A Reply