ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

0

ଭୁବନେଶ୍ବର : ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଦାନା ବାନ୍ଧୁଛି । ଏନେଇ ୧୦ ତାରିଖରେ ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୧୧ ତାରିଖରେ ଲଘୁଚାପ ଗଭୀର ଅବପାତର ରୂପ ନେଇ ୧୪ ତାରିଖରେ ବାତ୍ୟାର ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ପାଣିପାଗ ବିଭାଗ ପୂର୍ବ ଅନୁମାନ କରିଛି । ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏହାର ପ୍ରଭାବ ପଡିପାରେ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଲଘୁଚାପର ଗତି ନେଇ ସ୍ପଷ୍ଟ ଚିତ୍ର ଜଣାପଡ଼ିବ ବୋଲି ପାଣିପାଗ ବିଶେଷଜ୍ଞମାନେ କହିଛନ୍ତି ।

Leave A Reply