ଆସନ୍ତା ୧୬ରୁ ରାଜ୍ୟରେ ବର୍ଷା ସମ୍ଭାବାନା

0

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ରରେ ପରିଣତ ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ଏହା ଚେନ୍ନାଇ ଠାରୁ ୯୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ପାଣିପଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହା ପ୍ରଭାବରେ ଆସନ୍ତା ୧୬ ତାରିଖରୁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୭ ତାରିଖରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କନ୍ଧମାଳ ଆଦି ୪ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବାନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦେଶକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ରାତି ସୁଦ୍ଧା ଲଘୁଚାପ ବାତ୍ୟାରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଆଡକୁ ଅଗ୍ରସର ହେବ ।

Leave A Reply