ଦାମଙ୍କ ପତ୍ନୀ ବିୟୋଗ ; ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ଡାକ୍ତର ଦାମୋଦର ରାଉତଙ୍କ ପତ୍ନୀ ସ୍ନେହଲତା ମହାପାତ୍ରଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ଅସୁସ୍ଥ ଥିବା ସ୍ନେହଲତାଙ୍କ ୭୨ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡାକ୍ତର ରାଉତଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପହଁଚି ସ୍ନେହଲତାଙ୍କ ଶେଷ ଦର୍ଶନ କରିଛନ୍ତି।  ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା, ଭୁବନେଶ୍ୱରର ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନା, ବିଧାୟକ ପ୍ରିୟଦର୍ଶୀ ମିଶ୍ର ଓ ବିଜେପି ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓ ପ୍ରମୁଖ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

Leave A Reply