ମା’ କୁ ପିଟି ହତ୍ୟା ଅଭିଯୋଗ

0

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ଲଇକେରା ଥାନା ଅନ୍ତର୍ଗତ ରଙ୍ଗିଆଟିକ୍ରା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମା’କୁ ପିଟିପିଟି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ଅଭିଯୁକ୍ତ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଝଗଡ଼ାର ସମାଧାନ କରିବା ପାଇଁ ଅଭିଯୁକ୍ତଙ୍କ ବାପା ଓ ମା’ ଚେଷ୍ଟା କରିଥିଲେ । ଏଥିରେ ସେ ଉତକ୍ଷିପ୍ତ ହୋଇ ଅଭିଯୁକ୍ତ ତାଙ୍କ ମା’କୁ କ୍ରିକେଟ ବ୍ୟାଟରେ ପିଟି ଥିଲେ । ଏଥିରେ ତାଙ୍କ ବାପା ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ପିଟିଥିଲା । ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ବାପାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗ୍ରାମବାସୀମାନେ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ । କିଛି ଗ୍ରାମବାସୀ ଅଭିଯୁକ୍ତଙ୍କୁ କାବୁ କରି ପୁଲିସ ଜିମା ଦେଇଛନ୍ତି । ପୁଲିସ ଅଭିଯୁକ୍ତକୁ ଗିରଫ କରି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି ।

Leave A Reply