ବିଦ୍ୟୁତ ଆଘାତରେ ଜଣେ ଶ୍ରମିକ ମୃତ, ୨ ଆହତ

0

ଗଞ୍ଜାମ : ଭଞ୍ଜନଗରରେ ସୋମବାର ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଭଞ୍ଜନଗର ମୁଦୁଲିପାଲି ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଶ୍ରମିକ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Leave A Reply