ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

କଳାହାଣ୍ଡି : କଳାହାଣ୍ଡି ଜିଲାର କୋକସରା ଗାଁ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁ ନିକଟ ବିଲରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।

Comments are closed.