ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କମୃତଦେହ ଉଦ୍ଧାର

0

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ପଲସାଗୋଡ଼ା ଗାଁରେ ଜଣେ ଯୁବକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର ହୋଇଛି । କେହି ଦୁର୍ବୃତ୍ତ ତାଙ୍କୁ କୌଣସି ଧାରୁଆ ଅସ୍ତ୍ରରେ ହାଣି ହତ୍ରା କରିଥିବା ପାରିପାଶ୍ବସ୍ଥିତିରୁ ଅନୁମାନ କରାଯାଉଛି । ଖବରପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି । ଏହି ଘଟଣାର ପୁଲିସ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ପ୍ରେମ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବୋଲି ପୁଲିସ ସନ୍ଦେହ କରୁଛି ।

Leave A Reply