ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ପାରାଦୀପ : ପାରାଦୀପ ଗଡ଼ ସିଦ୍ଧେଶ୍ଵର ମନ୍ଦିର ନିକଟରେ ଥିବା ଏକ ଗଛରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି। ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ତେବେ କେହି ତାଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଯୁବକଙ୍କ ବାମ ହାତ ପାପୁଲି ପାଖରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକେ ଖବର ଦେବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Comments are closed.