ପୋଲ ନିକଟରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ନୟାଗଡ : ନୟାଗଡ ଜିଲା ଖୋର୍ଦ୍ଧା- ବଲାଙ୍ଗୀରର ୫୭ନମ୍ବର ଜାତୀୟ ରାଜପଥର ରାଜ ସୁନାଖଳା ନିକଟ ଏକ ପୋଲରୁ ମଙ୍ଗଳବାର ସକାଳେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତିଙ୍କ ଶରୀରରେ ଅନେକ ସ୍ଥାନରେ କ୍ଷତ ହୋଇ ରକ୍ତସ୍ରାବ ହେଉଥିବାର ଦେଖିବାକୁ ମିଳିଛି। ତେବେ ଏହା ହତ୍ୟା ନା ଦୁର୍ଘଟଣା ତାହା ସ୍ପଷ୍ଟ ହୋଇ ନାହିଁ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.