ଜଙ୍ଗଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

0

ନବରଙ୍ଗପୁର : ଡାବୁଗାଁ ଥାନା ଅନ୍ତର୍ଗତ କୋଇଲାରି ପଞ୍ଚାୟତର ଏକ ଗ୍ରାମ ନିକଟ ଜଙ୍ଗଲରୁ ଜ​‌ଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ବୟସ ୪୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ମୃତଦେହଟି ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ଗଛ ନିକଟରେ ଏକ ସ୍କୁଟି ଥିବାର ଦେଖିବାକୁ ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ସକାଳ ସମୟରେ ଗ୍ରାମବାସୀମାନେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ। ଏହାପରେ ସେମାନେ ଡାବୁଗାଁ ପୁଲିସକୁ ଖବର ଦେଇଥିଲେ। ତେବେ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ କେହି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନାହିଁ। ତଦନ୍ତ ପରେ ଏହା ସ୍ପଷ୍ଟ ହେବ ବୋଲି ପୁଲିସ କହିଛି।

 

Leave A Reply