ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର : କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଝାଡପୋଖରୀର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ମହିଳାଙ୍କ ପରିଚୟ ମିଳି ନ ଥିବା ଜଣାପଡିଛି। ଖବର ପାଇ ହରିଚନ୍ଦନପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Comments are closed.