ରାସ୍ତାକଡ଼ରୁ ଯୁବତୀଙ୍କ କ୍ଷତିବିକ୍ଷତ ମୃତଦେହ ଜବତ

0

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ କଡ଼ରୁ ଶୁକ୍ରବାର ସକାଳେ ଜଣେ ଯୁବତୀଙ୍କ କ୍ଷତବିକ୍ଷତ ମୃତଦେହ ଜବତ ହୋଇଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଯୁବତୀଙ୍କ ମୃତଦେହ ପଡିଥିବା ସ୍ଥାନୀୟଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯୁବତୀଙ୍କ ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । କେହି ଦୁର୍ବୃତ୍ତ ଯୁବତୀଙ୍କୁ ବଳାତ୍କାର କରିବା ପରେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଚାଲିଯାଇ ଥିବା ସନ୍ଦେହ କରାଯାଉଛି। ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ବୟସ ୨୪ରୁ ୨୫ ମଧ୍ୟରେ ହେବ ବୋଲି ପୁଲିସ ଅନୁମାନ କରୁଛି ।

Leave A Reply