ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

0

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ହୀରାପୁର ପଞ୍ଚାୟତ ନୂଆଗୁଡ଼ା ଗାଁରେ ଏକ ଘରୁ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ଉଭୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉମରକୋଟ ପୁଲିସ ଦୁଇଟି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ତେବେ ମୃତ୍ୟୁ କାରଣ ଜଣାପଡିନଥିବା ବେଳେ ଏହା ପ୍ରେମଜନିତ ଆତ୍ମହତ୍ୟା ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି ।

Leave A Reply