ପୋଖରୀରୁ ମୃତଦେହ ଜବତ, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବାଲେଶ୍ଵର: ବାଲେଶ୍ଵର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତ ପୋଖରୀରୁ ମଙ୍ଗଳବାର ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। କେହି ତାଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।

ପୋଖରୀରେ ମୃତଦେହ ଭାସୁଥିବା ନେଇ ସ୍ଥାନୀୟ ଲୋକେ ଦେଖିବା ପରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସମ୍ପର୍କରେ ଖବର ପାଇ ସେଠାରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପରେ ସାଇଣ୍ଟିଫିକ୍‌ ଟିମ୍‌ ସହିତ ପୁଲିସ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି।

Comments are closed.